ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର: ଆଜିଠୁ ଆସନ୍ତା ୧୩ ଯାଏଁ ଆଭ୍ୟନ୍ତରୀଣ ଓଡ଼ିଶାରେ ରହିବ କୋହଲା ପାଗ

ଭୁବନେଶ୍ବର(କେନ୍ଯୁଜ୍): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଆସନ୍ତାକାଲି ସକାଳେ ଉତ୍ତର ତାମିଲନାଡୁ ଉପକୂଳରେ ପହଞ୍ଚିବ । ଆଜିଠୁ ଆସନ୍ତା ୧୩ ତାରିଖ ଯାଏଁ ଆଭ୍ୟନ୍ତରୀଣ ଓଡ଼ିଶାରେ କୋହଲା ପାଗ ରହିବ।

ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ଉତ୍ତର ପଶ୍ଚିମ ଦିଗରୁ ଓଡ଼ିଶାକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଶୀତର ପରିମାଣ ବୃଦ୍ଧି ପାଇଛି। ଲଘୁଚାପ ପ୍ରଭାବରେ ପୂର୍ବ ଦିଗରୁ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ଣ ବାୟୁ ଏବେ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି। ତେଣୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଦିନ ଅପେକ୍ଷା ରାତିର ତାପମାତ୍ରା ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.