ବଢ଼ିଲା ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୨୬୦ ଟଙ୍କା ବଢ଼ି ୪୭,୨୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୨୬୦ ଟଙ୍କା ବଢ଼ି ୪୮,୨୫୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୪୫୦ ଟଙ୍କା ଓ ୪୯,୫୫୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୨୫୦ ଟଙ୍କା ଓ ୪୮,୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୩୫୦ ଟଙ୍କା ଓ ୫୧,୭୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୫,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୫୮୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୬୫୦ ଟଙ୍କା ଓ ୫୦,୩୫୦ ଟଙ୍କା ରହିଛି।
ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦ ଟଙ୍କା କମି ୬୪,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।