ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୩୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୯,୩୬୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୧୫୦ ଟଙ୍କା ଓ ୫୦,୭୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୮,୩୬୦ ଟଙ୍କା ଓ ୪୯,୩୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୩୦୦ ଟଙ୍କା ଓ ୫୨,୬୭୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୭୩୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୭୫୦ ଟଙ୍କା ଓ ୫୧,୪୫୦ ଟଙ୍କା ରହିଛି।

ଅନ୍ୟପଟେ ଆଜି ରୁପା ମୂଲ୍ୟ କିନ୍ତୁ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୧୦୦ ଟଙ୍କା କମି ୬୭,୨୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.