ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୬ କରୋନା ପଜିଟିଭ ଚିହ୍ନଟ, ୨ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । କେବଳ ଖୋର୍ଦ୍ଧାରୁ ୧୧୪ ନୂଆ କେସ୍‌ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୫୦.୪୪ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୩୭ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୩୩ ଜଣ ।

୨୪ ଘଣ୍ଟାରେ ୬୦ ହଜାର ୫୦୮ କୋଭିଡ ଟେଷ୍ଟିଂ ହୋଇଛି । ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱରର ଜଣେ ୬୦ ବର୍ଷୀୟ ପୁରୁଷ ଓ ମୟୁରଭଞ୍ଜର ଜଣେ ୭୦ ବର୍ଷୀୟ ପୁରୁଷଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଥିବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୨ ହଜାର ୬୫୭ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.