ଭୁବନେଶ୍ୱର(କେନ୍ଯୁଜ୍) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ। ଏମାନଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ମଧ୍ୟରେ ୩୯ ଜଣ ଥିବାବେଳେ ୧୩୯ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଛନ୍ତି । ସେହିପରି ୯୮ ଜଣ ସ୍ଥାନୀୟ ସଂକ୍ରମଣରୁ ଜଣାପଡ଼ିଥିବାବେଳେ ଖୋର୍ଦ୍ଧାରୁ ସର୍ବାଧିକ ୧୧୩ ଜଣ, କଟକରୁ ୧୯ ଜଣ, ସୁନ୍ଦରଗଡରୁ ୧୬, ଷ୍ଟେଟ ପୁଲରୁ ୨୭ ଓ ସମ୍ବଲପୁରରୁ ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ବାଲେଶ୍ୱରରୁ ୫, ଭଦ୍ରକରୁ ୨, ବଲାଙ୍ଗୀରରୁ ୫, ବୌଦ୍ଧରୁ ଜଣେ, ଢେଙ୍କାନାଳରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୪, କେନ୍ଦ୍ରାପଡ଼ାରୁ ୩, ମୟୁରଭଞ୍ଜରୁ ୮ ଜଣ ପଜିଟିଭ ଚିହ୍ନଟ ଓଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୩୪୫ରେ ପହଞ୍ଚିଥିବାବେଳେ ଏମାନଙ୍କ ମଧ୍ୟରୁ ୧୦ ଲକ୍ଷ ୩୮ ହଜାର ୫୦୯ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି ।