କାଲିଠାରୁ ରାଜ୍ୟରେ ପ୍ରବାହିତ ହେବ ଥଣ୍ଡା ଓ ଶୁଷ୍କ ବାୟୁ, ପ୍ରବଳ ଶୀତର ପୂର୍ବାନୁମାନ

କେନ୍ୟୁଜ୍(ବ୍ୟୁରୋ):ରାଜ୍ୟକୁ ପୁଣି ଫେରିବ ଶୀତ। ଓଡ଼ିଶା ମଧ୍ୟକୁ ଉତ୍ତର- ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ ଶକ୍ତିଶାଳୀ ହେଉଥିବାରୁ ପ୍ରବଳ ଶୀତର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଲିଠାରୁ ଥଣ୍ଡା ଓ ଶୁଷ୍କ ବାୟୁ ରାଜ୍ୟକୁ ପ୍ରବାହିତ ହେବ। ଏହାର ପ୍ରଭାବରେ ୨୮ ଓ ୨୯ ତାରିଖରେ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଲହରୀ ସମ୍ଭାବନା ରହିଛି। ସେପଟେ ଆସନ୍ତାକାଲି ଯାଏ ଭିଜିବ ଓଡ଼ିଶା। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ। ଆସନ୍ତାକାଲି ମଧ୍ୟ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ବର୍ଷା କମିବା ପରେ ତାପମାତ୍ରା ହ୍ରାସ ହେବା ସହ ୩ରୁ ୫ଡିଗ୍ରୀ କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସପ୍ତାହେ ଧରି ଜାଡରେ ଥରିବ ଓଡିଶା।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.