ରାଉରକେଲା ନିଟ୍ ରେ ଅଗ୍ନିକାଣ୍ଡ, ଜଳିଗଲା ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର

ରାଉରକେଲା(କେନ୍ୟୁଜ୍) : ରାଉରକେଲା ନିଟ୍ ରେ ଅଗ୍ନିକାଣ୍ଡ। ଜଳିଗଲା ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର। ଗତକାଲି ରାତିରେ ପର୍ଚେଜ ଆଣ୍ଡ ଓ୍ଵାର୍କ୍ସ ଡିପାର୍ଟମେଣ୍ଟରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ କମ୍ପ୍ୟୁଟର ସମେତ ଆସବାବପତ୍ର ପୋଡ଼ିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା। ସର୍ଟ ସର୍କିଟରୁ ନିଆଁ ଲାଗିଥିବା କୁଳସଚିବ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.