ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୮,୧୩୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୨,୫୪୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭,୨୫୦ ଟଙ୍କା ଓ ୫୧,୫୫୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୨୫୦ ଟଙ୍କା ଓ ୫୧,୫୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୨୫୦ ଟଙ୍କା ଓ ୫୧,୫୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୯,୮୦୨ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୪,୩୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୧,୫୫୦ ଟଙ୍କା ଓ ୪୭,୨୫୦ ଟଙ୍କା ରହିଛି ।
ଅନ୍ୟପଟେ ଆଜି ରୁପା ମୂଲ୍ୟ ବି କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୬,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।