ଭାଗ୍ୟ: ଜାଣନ୍ତୁ ଆଜି ଆପଣଙ୍କ ରାଶିରେ କ’ଣ ଅଛି

ମେଷ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା କାରଣରୁ ମନରେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା ଯୋଗୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ବୃଷ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ମିଥୁନ : ଆଜି ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମାରେ ସଫଳତା ପାଇବେ। କିନ୍ତୁ ସଙ୍ଗଠନ ଓ ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ କାରବାରରେ ସାମୟିକ ସମସ୍ୟା ଲାଗି ରହିବ। କଳା, ପ୍ରଶାସନ ଓ ରାଜନୈତିକ କ୍ଷେତ୍ରରେ ସ୍ଥିତିକୁ ସୁଦୃଢ଼ ରଖିବାରେ ସମର୍ଥ ହେବେ। ଦିନଟି ଆପଣଙ୍କର ଭଲରେ କଟିବ।

କର୍କଟ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇ ପାରନ୍ତି।

ସିଂହ : ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

କନ୍ୟା : ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ।

ତୁଳା : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ, ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ବିଛା : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପ ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

ଧନୁ : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ । ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ମକର : ଆଜି ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାର ଅନ୍ୟମାନଙ୍କ ପସନ୍ଦଯୋଗ୍ୟ ନ ହେବା କାରଣରୁ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର କାମଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ନିକଟସ୍ଥ ଜଣାଶୁଣା ବ୍ୟକ୍ତି ମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି।

ମୀନ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର ମୁହୂର୍ତ୍ତରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

Leave A Reply

Your email address will not be published.