ଭୁବନେଶ୍ୱର (କେନ୍ୟୁଜ): ଆଜି ମାଟ୍ରିକ ରେଜଲ୍ଟ ତାରିଖ ଘୋଷଣା କଲେ ଗଣ ଶିକ୍ଷା ମନ୍ତ୍ରୀ । ଆସନ୍ତା ୬ ତାରିଖ ଅପରାହ୍ନ ୧ଟା ବେଳକୁ ବାହାରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ।
ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ସଚିବାଳୟରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନଷ୍ପତ୍ତି ନିଆଯାଇଛି । ୬ ତାରିଖ ଦିନ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ । ଛାତ୍ରଛାତ୍ରୀ କେଉଁ ସାଇଟ୍ରୁ ରେଜଲ୍ଟ ପାଇପାରିବେ ସେ ନେଇ ଆଜି ବୋର୍ଡ କର୍ତ୍ତୃପକ୍ଷ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଗତ ୨ ବର୍ଷ ହେଲା କରୋନା ଯୋଗୁ ଅଫଲାଇନ୍ ପରୀକ୍ଷା ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଆୟୋଜିତ ହୋଇଛି ଅଫଲାଇନ୍ ପରୀକ୍ଷା ।