RRB ପରୀକ୍ଷା ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳର ବ୍ୟବସ୍ଥା କଲା ଭାରତୀୟ ରେଳ ବିଭାଗ

କେନ୍ୟୁଜ୍(ବ୍ୟୁରୋ):  ରେଳବାଇ ନିଯୁକ୍ତି ବୋର୍ଡ (ଆରଆରବି) ପରୀକ୍ଷା ପାଇଁ ଆଶାୟୀ ପରୀକ୍ଷରଥୀ ମାନଙ୍କ ସୁବିଧା ପାଇଁ ରେଳବାଇ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଛି । ବିଭିନ୍ନ ସହରରେ କମ୍ପୁଟରୀକୃତ (ସିବିଟି) ପରୀକ୍ଷା ହେବାକୁ ଯାଉଥିବାରୁ ଆରଆରବି ପରୀକ୍ଷା ପ୍ରାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ଯୋଜନା କରାଯାଇଛି ।

ହଟିଆ-କଟକ ପରୀକ୍ଷା ବିଶେଷ ଟ୍ରେନ :

08046/08045 ହଟିଆ-କଟକ-ହଟିଆ ପରୀକ୍ଷା ସ୍ପେଶାଲ୍ ହଟିଆରୁ 22 ଏବଂ 24 ଅଗଷ୍ଟ 2022 ଦିନ ଅପରାହ୍ନ 4ଘ.50ମି.ରେ ଛାଡିବାକୁ ଥିବାବେଳେ ଫେରିବା ମାର୍ଗରେ ଏହା କଟକ ଠାରୁ 23 ଓ 25 ଅଗଷ୍ଟ, 2022 ଦିନ ରାତ୍ର 9ଘ.40ମି.ରେ ଛାଡି ହଟିଆ ଯାତ୍ରା କରିବ।  ଏହି ଟ୍ରେନ ଉଭୟ ପାର୍ଶ୍ୱରୁ ହଟିଆ ଓ କଟକ ମଧ୍ୟରେ ରାଉରକେଲା, ଝାରସୁଗୁଡା, ସମ୍ବଲପୁର ସିଟି, ଅନୁଗୁଳ ଓ ଢେଙ୍କାନାଳ ଷ୍ଟେସନ ମାନଙ୍କରେ ରହଣି କରିବାକୁ ଥିବାବେଳେ ଏଥିରେ ଦୁଇଟି ଏସି -3 ଟାୟାର୍, ଚାରିଟି ସ୍ଲିପର୍ କ୍ଲାସ୍, ତିନିଟି ଦ୍ଵିତୀୟ ଶ୍ରେଣୀ ଚେୟାର୍ କାର୍, ପାଞ୍ଚଟି ସାଧାରଣ ଦ୍ଵିତୀୟ ଶ୍ରେଣୀ ଏବଂ ଦୁଇଟି ଗାର୍ଡ ତଥା ଲଗେଜ୍ ଭ୍ୟାନ୍ ଉପଲବ୍ଧ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.