ଆଜି ପାଇଁ କନ୍ଧମାଳ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଘୋଷଣା, ଗତକାଲି ଟିକାବାଲି ବ୍ଳକରେ ସର୍ବାଧିକ ୩୦ ମିଲିମିଟର ବର୍ଷା ରେକର୍ଡ

କନ୍ଧମାଳ (କେନ୍ୟୁଜ):ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିଛି ବର୍ଷା । ଆଜି ପାଇଁ କନ୍ଧମାଳ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଘୋଷଣା କରାଯାଇଛି । ଗତକାଲି କନ୍ଧମାଳ ଜିଲ୍ଲାର ଟିକାବାଲି ବ୍ଳକରେ ସର୍ବାଧିକ ୩୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଗତକାଲି ରାତିରୁ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶସାନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ସମସ୍ତ ବ୍ଲକ ଅଧିକାରୀଙ୍କୁ ସତର୍କ କରାଯାଇଥିବା ସୂଚନା ଦେଇଛନ୍ତି ଜରୁରୀ କାଳୀନ ଅଧିକାରୀ।

ସୂଚନା ଥାଉକି, ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଅବପାତ । କିନ୍ତୁ ବାତ୍ୟା ସମ୍ଭାବନା ନାହିଁ । ଏହି ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି । ସକ୍ରିୟ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବର୍ଷା ଲାଗି ରହିଛି । ଆଜି ରାଜ୍ୟରେ ବିସ୍ତତି ବର୍ଷା ହେବ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ୮ ଜିଲ୍ଲା ବରଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ ନବରଙ୍ଗପୁରକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୧ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ସେହିପରି ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ୟେଲୋ ସତର୍କତା ଦିଆଯାଇଛି ।

୧୩ ତାରିଖରେ ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଅବପାତ ପ୍ରଭାବରେ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ । ଅଶାନ୍ତ ରହିବ ସମୁଦ୍ର । ଆସନ୍ତାକାଲି ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ୧୭ ଓ ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ଲଘୁଚାପ ରୂପ ନେବା ସମ୍ଭାବନା ରହିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.