କେତେ ଅଛି ସୁନା ଓ ରୁପା ଦାମ୍, ଜାଣନ୍ତୁ ଆଜିର ଅପଡେଟ୍

ସ୍ଥିର ଅଛି ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୨୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୨,୬୪୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୨୬୦ ଟଙ୍କା ଓ ୫୨,୬୪୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୨୬୦ ଟଙ୍କା ଓ ୫୨,୬୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୩୬୦ ଟଙ୍କା ଓ ୫୨,୭୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୯,୦୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୪୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୨୬୦ ଟଙ୍କା ଓ ୫୨,୬୪୦ ଟଙ୍କା ରହିଛି।

ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ ସ୍ଥିର ଅଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୬୧,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Also Read: ଝିଅକୁ ନେଇ ଘରକୁ ଫେରିଲେ ରଣବୀର-ଆଲିଆ, ସାମ୍ନାକୁ ଆସିଲା କାର ଭିତରର ଫଟୋ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.