ଆଜି ସନ୍ଧ୍ୟା ୫ଟା ୩୦ରେ ବସିବ ମନ୍ତ୍ରୀ ପରିଷଦ ବୈଠକ, ଅତିରିକ୍ତ ବଜେଟର ଚିଠା ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

କେନ୍ୟୁଜ୍(ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ସନ୍ଧ୍ୟା ୫ଟା ୩୦ରେ ମନ୍ତ୍ରୀ ପରିଷଦ ଓ ସନ୍ଧ୍ୟା ୫ଟା ୪୫ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଚଳିତ ମାସ ୨୪ ତାରିଖରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ। ଏହା ପୂର୍ବରୁ ରାଜ୍ୟ ସରକାର ଚଳିତ ବର୍ଷ ଆଣିବାକୁ ଥିବା ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍‌ ବିଧେୟକକୁ ମନ୍ତ୍ରୀ ପରିଷଦ ଦ୍ୱାରା ଅନୁମୋଦନ ମିଳିପାରେ ।

ମନ୍ତ୍ରୀ ପରିଷଦ ବୈଠକ ହେବାକୁ ଥିବା କ୍ୟାବିନେଟ୍‌ରେ ପ୍ରାୟ ୯ରୁ ୧୦ ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ଗୃହୀତ ହୋଇପାରେ । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, କ୍ରୀଡ଼ା ଓ ଯୁବ ସେବା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଜଳସମ୍ପଦ, ଅର୍ତ ଏବଂ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ପ୍ରସ୍ତାବ ଆଲୋଚନାକୁ ଆସିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.