ସୁନା ଓ ରୂପା ଦରରେ ଆସିଲା ପରିବର୍ତ୍ତନ, ନଜର ପକାନ୍ତୁ ଆଜି କେତେ ରହିଛି ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୧୫୦ ଟଙ୍କା ବଢ଼ି ୪୯,୯୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୧୬୦ ଟଙ୍କା ବଢ଼ି ୫୪,୪୪୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୯,୯୦୦ ଟଙ୍କା ଓ ୫୪,୪୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୯,୯୦୦ ଟଙ୍କା ଓ ୫୫,୧୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୦,୦୫୦ ଟଙ୍କା ଓ ୫୪,୫୯୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୫୦,୪୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୫,୦୪୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୬୦୦ ଟଙ୍କା ଓ ୫୪,୧୧୦ ଟଙ୍କା ରହିଛି ।

ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା ବଢ଼ି ୬୮,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.