ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ, ଚିକିତ୍ସା ପାଇଁ ଯିବେ ଦିଲ୍ଲୀ

ଭୁବନେଶ୍ୱର (କେନ୍ୟୁଜ): ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛ। ସେ ଲିଭର୍ ସଂକ୍ରମଣ ରୋଗରେ ପୀଡିତ ଅଛନ୍ତି। ସେ କିଛି ଦିନ ତଳେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କର ଚିକିତ୍ସା କରୁଥିବା ଡାକ୍ତର ଦିଲ୍ଲୀ ନେଇ ଅତ୍ୟାଧୁନିକ ପ୍ରଣାଳୀରେ ଟ୍ରିଟମେଣ୍ଟ କରିବାକୁ ପରାମର୍ଶ ଦେଇଥିବା କୁହାଯାଉଛି। ଅତ୍ୟାଧୁନିକ ପ୍ରଣାଳୀରେ ପ୍ରାୟ ୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ସୂଚନା ମିଳିଛି ।ଭୁବନେଶ୍ୱରର ଏକ ଘରୋଇ ମେଡିକ୍ୟାଲରେ ଚିକିତ୍ସା ହେଉଥିଲେ ଗତକାଲି ତାଙ୍କୁ ଦିସଚାର୍ଜ କରାଯାଇଛି।

ଓଲିଉଡର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ ବହୁ ବର୍ଷ ହେବ ଓଡିଆ ସିନେମା ଜଗତରେ ସକ୍ରିୟ ଅଛନ୍ତି। ଦର୍ଶକ ପିଣ୍ଟୁ ନନ୍ଦଙ୍କୁ କେତେବେଳେ ଖଳନାୟକ, କେତେବେଳେ ସହନାୟକ ପୁଣି କେତେବେଳେ କମେଡିଆନ୍‌ ଚରିତ୍ରରେ ଦେଖିଛନ୍ତି। ସେଥିମଧ୍ୟରୁ ତାଙ୍କ ଅଭିନୀତ ଆଲବମ୍ ଏ ଗଉରା ତାଙ୍କୁ ପ୍ରାରମ୍ଭିକ ସମୟରେ ସର୍ବାଧିକ ଲୋକପ୍ରିୟ କରିଥିଲା।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.