ଇଞ୍ଜିନିୟର ଶ୍ଵେତା ମୃତ୍ୟୁ ମାମଲା: ସମ୍ବଲପୁରରୁ ବୟଫ୍ରେଣ୍ଡକୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱରରେ ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଉଠାଇନେଇଛି କମିଶନରେଟ୍‌ ପୋଲିସ। ଗତକାଲି ରାତିରେ ସମ୍ବଲପୁର ବଂଶୀଧର ନଗରସ୍ଥିତ ଘରୁ ଉଠାଇ ଆଣିଲା।

ଭୁବନେଶ୍ୱର (କେନ୍ୟୁଜ): ସୌମ୍ୟଜିତଙ୍କୁ ଉଠାଇନେଲା ପୋଲିସ। ଭୁବନେଶ୍ୱରରେ ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଉଠାଇନେଇଛି କମିଶନରେଟ୍‌ ପୋଲିସ। ଗତକାଲି ରାତିରେ ସମ୍ବଲପୁର ବଂଶୀଧର ନଗରସ୍ଥିତ ଘରୁ ଉଠାଇ ଆଣିଲା। ଗତବର୍ଷ ଶୈଳଶ୍ରୀ ବିହାର ସ୍ଥିତ ଘରୁ ଶ୍ୱେତାଙ୍କ ଝୁଲନ୍ତା ମୃତଦେହ ମିଳିଥିଲା। ଶ୍ୱେତାଙ୍କ ମୃତ୍ୟୁ ପାଇଁ ପ୍ରେମିକ ସୌମ୍ୟଜିତଙ୍କୁ ଦାୟୀ କରିଥିଲେ ପରିବାରଲୋକ।

ସୂଚନା ଯୋଗ୍ୟ ୨୦୨୨ ଅଗଷ୍ଟ ୧୯ ତାରିଖର ବିଳମ୍ବିତ ରାତିରେ ଶ୍ୱେତା ଆତ୍ମହତ୍ୟା କରିଥିଲେ। ଶ୍ୱେତାଙ୍କ କଲ୍‌ ଡିଟେଲ୍ସ ବାହାରିବା ପରେ ମୃତ୍ୟୁର ଅଧଘଣ୍ଟା ପୂର୍ବରୁ ସେ ସୌମ୍ୟଙ୍କୁ ୧୫ ଥର କଲ୍ କରିଥିବା ବେଳେ ସୌମ୍ୟଜିତ୍ କିନ୍ତୁ ତାଙ୍କ ଫୋନ ଉଠାଇ ନ ଥିବା ଜଣାପଡ଼ିଥିଲା। ଉଭୟଙ୍କ ବାର୍ତ୍ତାଳାପର ଅଡିଓ ଭାଇରାଲ ହେଉଥିବା ବେଳେ ସେଥିରେ ସୌମ୍ୟଜିତ ଶ୍ୱେତାଙ୍କୁ ଗାଳିଗୁଲଜ କରୁଥିବା ଶୁଣିବାକୁ ମିଳିଥିଲା।

ଝିଅର ଅଚାନକ ମୃତ୍ୟୁରେ ଭାଙ୍ଗି ପଡ଼ିଥିବା ତାଙ୍କ ପରିବାର ଏଥିନିମନ୍ତେ ସୌମ୍ୟଜିତ ମହାପାତ୍ରଙ୍କୁ ଦାୟୀ କରିଥିଲେ। ଏନେଇ ଶ୍ୱେତାଙ୍କ ବାପା କହିଥିଲେ, ସୌମ୍ୟଜିତ ମୋ’ ଝିଅକୁ ଆତ୍ମହତ୍ୟା କରିବାକୁ ବାଧ୍ୟ କରିଥିଲା। ସେ ମୋ ଝିଅକୁ ଶାରୀରିକ, ମାନସିକ ଓ ଆର୍ଥିକ ଭାବେ ଶୋଷଣ କରୁଥିଲା। ମୋ’ ଝିଅକୁ ନିର୍ଯାତନା ଦେଉଥିଲା, ତା’ ଫଟୋ ଭାଇରାଲ କରିଦେବାର ଧମକ ଦେଉଥିଲା। ନିର୍ଯାତନା ଅସହ୍ୟ ହେବାରୁ ମୋ ଝିଅ ଜୀବନ ହାରିଲା। ମୋ ଝିଅର ମରିବା ପାଇଁ କେବଳ ସୌମ୍ୟଜିତ ହିଁ ଦାୟୀ।

Leave A Reply

Your email address will not be published.