NH 18 ରେ ଓଲଟିଲା ବସ, ୩୦ ଆହତ,୪ ଜଣ ଗୁରୁତର
ଓଲଟିଲା ବସ, ୩୦ ଆହତ । ବସ୍ରେ ଥିବା ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ରାଇରଙ୍ଗପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ କୃଷ୍ଣଚନ୍ଦ୍ରପୁରଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ରାତି ପ୍ରାୟ ୧୨ଟା ୩୦ ବେଳେ ୧୮ ନଂ ଜାତୀୟ ରାଜପଥର କୃଷ୍ଣଚନ୍ଦ୍ରପୁର ଫ୍ଲାଇ ଓଭର ନିକଟରେ ଦୁର୍ଘଟଣା ଘଟିଛି।
ମୟୁରଭଞ୍ଜ(କେନ୍ୟୁଜ୍): ଓଲଟିଲା ବସ, ୩୦ ଆହତ । ବସ୍ରେ ଥିବା ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ରାଇରଙ୍ଗପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ କୃଷ୍ଣଚନ୍ଦ୍ରପୁରଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ରାତି ପ୍ରାୟ ୧୨ଟା ୩୦ ବେଳେ ୧୮ ନଂ ଜାତୀୟ ରାଜପଥର କୃଷ୍ଣଚନ୍ଦ୍ରପୁର ଫ୍ଲାଇ ଓଭର ନିକଟରେ ଦୁର୍ଘଟଣା ଘଟିଛି।
ବସ୍ର୍ ଚକ କୌଣସି କାରଣ ପାଇଁ ଫାଟି ଯିବାରୁ ଭାରସାମ୍ୟ ହରାଇ ଜାତୀୟ ରାଜପଥରେ ଓଲଟି ପଡ଼ିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ବାରିପଦା ମେଡିକାଲରେ ଭର୍ତ୍ତି କରିଛନ୍ତି।.