ବିଶିଷ୍ଟ ଜନନେତା ତ୍ରିଲୋଚନ କାନୁନଗୋଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ହେବ ଶେଷକୃତ୍ୟ

ବିଶିଷ୍ଟ ଜନନେତା ତ୍ରିଲୋଚନ କାନୁନଗୋଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ।ତାଙ୍କର ନିଃସ୍ବାର୍ଥପର ସେବା ପାଇଁ ସ୍ଵର୍ଗତ କାନୁନଗୋ ସବୁବେଳେ ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ବିଶିଷ୍ଟ ଜନନେତା ପୂର୍ବତନ ସାଂସଦ ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଵର୍ଗତ କାନୁନଗୋଙ୍କୁ ଜଣେ ବିଶିଷ୍ଟ ପାର୍ଲିଆମେଣ୍ଟାରିଆନ, ଅର୍ଥନୀତିଜ୍ଞ ତଥା ସମାଜସେବୀ ଭାବରେ ବର୍ଣ୍ଣନା କରିଛନ୍ତି। ସେ ଥିଲେ ସାଧାରଣ ଲୋକର ବନ୍ଧୁ ଓ ସାରା ଜୀବନ ସମାଜସେବା ପାଇଁ ନିଜକୁ ସମର୍ପିତ କରିଥିଲେ।

cm 1

ସାଂସଦ ,ବିଧାୟକ ,ଦ୍ୱିତୀୟ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ତଥା କଟକ ମୁନିସିପାଲଟିର ଚେୟାରମ୍ଯାନ ଭାବରେ ସେ ଅନେକ ଉଲ୍ଲେଖନୀୟ କାମ କରିଯାଇଛନ୍ତି । ତାଙ୍କର ନିଃସ୍ବାର୍ଥପର ସେବା ପାଇଁ ସ୍ଵର୍ଗତ କାନୁନଗୋ ସବୁବେଳେ ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସ୍ଵର୍ଗତଃ କାନୁନଗୋଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Leave A Reply

Your email address will not be published.