ଆଜି ଫୁଲବାଣୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର (କେନ୍ୟୁଜ୍) : ଆଜି ଫୁଲବାଣୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ୩ଟାରେ ନବୀନ ଗୁଦାରୀ ଏୟାର ଷ୍ଟ୍ରିପରେ ଅବତରଣ କରି କନ୍ଧମାଳ ଷ୍ଟାଡିୟମ ଯିବେ । ସେଠାରେ ଅନେକ ଲୋକାଭିମୂଖୀ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ସମାରୋହରେ ଯୋଗ ଦେବେ । ପରେ ବିଜୁ ବାହିନୀର କାର‌୍ୟ୍ୟକ୍ରମରେ ଯୋଗ ଦେବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କନ୍ଧମାଳ ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଜିଲ୍ଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.