ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୬ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ

୨୮ରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି। ଏହି ଅବସରରେ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, ଭୁବନେଶ୍ବର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ମୁଖ୍ୟ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଭୁବନେଶ୍ୱର (କେନ୍ୟୁଜ): ୨୮ରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି। ଏହି ଅବସରରେ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, ଭୁବନେଶ୍ବର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ମୁଖ୍ୟ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଦେଓ ରଞ୍ଜନ କୁମାର ସିଂହ, ପୋଲସ ଡିଜି ଅରୁଣ କୁମାର ଷଡ଼ଙ୍ଗୀ, ବିଭିନ୍ନ ବିଭାଗର ସଚିବ, ରାଜ୍ୟ ପୋଲିସର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବାପରଠାରୁ ଆରମ୍ଭ କରି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା ପର୍ଯ୍ୟନ୍ତ ରାଜ୍ୟ ପ୍ରଶସାନ ଓ ସଂପୃକ୍ତ ଜିଲ୍ଲା ପ୍ରଶସାନ ତରଫରୁ ବ୍ୟାପକ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗୀକ ପ୍ରସ୍ତୁତି ସମ୍ପର୍କରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା। ରାଷ୍ଟ୍ରପତିଙ୍କ ବିଭିନ୍ନ ସ୍ଥାନରେ ଏକାଧିକ କାର୍ଯ୍ୟକ୍ରମ ଥିବାରୁ ସବୁ ସ୍ଥାନଗୁଡ଼ିକୁ ପୂର୍ବରୁ ଭଲ ଭାବେ ଯାଞ୍ଚ କରିବା ସହ ସମସ୍ତ ବ୍ୟବସ୍ଥାକୁ ଅନୁଧ୍ୟାନ କରି ପ୍ରସ୍ତୁତ କରିବାକୁ ମୁଖ୍ୟ ସଚିବ ସଂପୃକ୍ତ ଜିଲ୍ଲାର ଜଲ୍ଲାପାଳ ଓ ଏସପି ମାନଙ୍କୁ ନିର୍ଦ୍ଦେଶ ଓ ପାରମର୍ଶ ଦେଇଥିଲେ।

Leave A Reply

Your email address will not be published.