‘କିସ୍’ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ବର ସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନସେସ୍ ‘କିସ୍’ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି । ଏହି ଅବସରରେ କିସ୍ ରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଦିଆ ଯାଇଥିଲା।
ଭୁବନେଶ୍ବର : ଭୁବନେଶ୍ବର ସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନସେସ୍ ‘କିସ୍’ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି । ଏହି ଅବସରରେ କିସ୍ ରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଦିଆ ଯାଇଥିଲା। କାର୍ଯ୍ୟକ୍ରମରେ କିସ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ କୁମାର ବେହେରା, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ.ପି.କେ.ରାଉତରାୟ, ନିର୍ଦ୍ଦେଶକ କାହ୍ନୁ ଚରଣ ମାହାଲି, ଉପମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ପାତ୍ର ପ୍ରମୁଖ ଯୋଗ ଦେଇଥିଲେ ।
ଅତିଥିମାନେ ବିଜୁ ବାବୁଙ୍କ ସାହସିକ କର୍ମମୟ ଜୀବନ ଏବଂ ଓଡ଼ିଶା ପ୍ରତି ତାଙ୍କର ଅବଦାନ ସମ୍ପର୍କରେ ସ୍ମୃତି ଚାରଣ କରିଥିଲେ। ତାଙ୍କ ଭଳି ସାହାସୀ ଓ ଦୃଢ଼ମନା ହେବା ସହ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଛାତ୍ରୀମାନେ ବିଜୁ ବାବୁଙ୍କ ଉପରେ ସଂଗୀତ ଗାନ କରିଥିଲେ ।