ଆଜି କଳିଙ୍ଗ ଇଣ୍ଡୋର ଆଥଲେଟିକ ଷ୍ଟାଡିୟମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆଜି କଳିଙ୍ଗ ଇଣ୍ଡୋର ଆଥଲେଟିକ ଷ୍ଟାଡିୟମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୦୦ମି, ୨୦୦ମି ଟ୍ରାକ ସାଙ୍ଗକୁ ଲଙ୍ଗ ଜମ୍ପ, ଟ୍ରିପଲ ଜମ୍ପ, ପୋଲ ଭଲ୍ଟ ଓ ସଟ୍ ଫୁଟ ଭଳି ସୁବିଧା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ଦୀର୍ଘ ପ୍ରତୀକ୍ଷାର ଅନ୍ତ। ଆଜି କଳିଙ୍ଗ ଇଣ୍ଡୋର ଆଥଲେଟିକ ଷ୍ଟାଡିୟମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ମାଣ ହୋଇଛି ଦେଶର ପ୍ରଥମ ଇନଡୋର ଆଥଲେଟିକ ଷ୍ଟାଡିୟମ। ଇନଡୋର ଆଥଲେଟିକ ଷ୍ଟାଡିୟମ ସହ ଇଣ୍ଡୋର ଡାଇଭିଂ ସେଣ୍ଟରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ନବୀନ। ୧୨୦ କୋଟି ଟଙ୍କାରେ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ୨ହଜାର ଦର୍ଶକ ବସିଲା ଭଳି ଗ୍ୟାଲେରୀ ପ୍ରସ୍ତୁତ ହୋଇଛି। ଏହି ଷ୍ଟାଡିୟମ ସଂପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ।

ଏହା ପରେ ଆଥଲେଟିକର ବିକାଶ ଆହୁରି ତ୍ୱରାନ୍ବିତ ହେବା ସହ ଖେଳାଳିମାନେ ବର୍ଷ ତମାମ ଅଭ୍ୟାସ କରିବାର ସୁଯୋଗ ପାଇବେ । ଏଥିପାଇଁ କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ସ୍ତରର ଭିତ୍ତିଭୂମି ପ୍ରସ୍ତୁତ କରାଯାଇଛି । ୧୦୦ମି, ୨୦୦ମି ଟ୍ରାକ ସାଙ୍ଗକୁ ଲଙ୍ଗ ଜମ୍ପ, ଟ୍ରିପଲ ଜମ୍ପ, ପୋଲ ଭଲ୍ଟ ଓ ସଟ୍ ଫୁଟ ଭଳି ସୁବିଧା ରହିଛି। ଅତ୍ୟାଧୁନିକ ଜିମ୍ନାଷ୍ଟିକ ହଲ୍, ହାଇପରଫରମାନ୍ସ ସେଣ୍ଟର, ସ୍ପୋର୍ଟ୍ସ କ୍ଲାଇମିଂ ଓ୍ବାଲ୍, ବ୍ୟାଡମିଣ୍ଟନ ଓ ହକି ଉତ୍କର୍ଷ କେନ୍ଦ୍ର, ଫିପା ମାନର ଫୁଟବଲ ଷ୍ଟାଡିୟମ, ସିନ୍ଥେଟିକ ଟ୍ରାକ୍, ବିଜୁ ପଟ୍ଟନାୟକ ଭାରୋତ୍ତୋଳନ କେନ୍ଦ୍ର ଓ ସନ୍ତରଣାଗାର ଆଦି କ୍ରୀଡ଼ାକ୍ଷେତ୍ରକୁ ସମୃଦ୍ଧ କରିବା ସହ ବିଶ୍ବର ଦୃଷ୍ଟି ଆକର୍ଷଣ କରିଛି । ବିଭିନ୍ନ ଅନ୍ତର୍ଜାତୀୟ ଓ ବିଶ୍ବସ୍ତରୀୟ ପ୍ରତିଯୋଗିତା ଆୟୋଜନ କରି ଦକ୍ଷତା ପ୍ରତିପାଦନ କରିଛି ଓଡ଼ିଶା ।

Leave A Reply

Your email address will not be published.