କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ, ଆସନ୍ତାକାଲି କରାଯିବ ଅନ୍ତିମ ସଂସ୍କାର
ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ ହୋଇଛି । ଭୁବନେଶ୍ୱରରେ ଥିବା ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ ହୋଇଛି । ଭୁବନେଶ୍ୱରରେ ଥିବା ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
ଅସୁସ୍ଥତା କାରଣରୁ ଦୀର୍ଘଦିନ ଧରି ହେଉଥିଲେ ଚିକିତ୍ସିତ ଆସନ୍ତାକାଲି ତାଙ୍କର ଅନ୍ତିମ ସଂସ୍କାର କରାଯିବ। ଏନେଇ ସୂଚନା ଦେଇଛନ୍ତି ତାଙ୍କ ସ୍ୱାମୀ ବସନ୍ତ କୁମାର ଛୋଟରାୟ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
ଶାନ୍ତିଲତା ବାରିକ ଛୋଟରାୟ ହେଉଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ପରମ ଭକ୍ତ। ଜୀବନ କାଳ ଭିତରେ ଅନେକ ଲୋକପ୍ରିୟ ଜଗନ୍ନାଥ ଭଜନ ଗାଇଛନ୍ତି। ୨୦୧୧ ମସିହାରେ ସେ ଅସୁସ୍ଥ ହୋଇପଡ଼ିଥିଲା।