ଜମ୍ମୁ କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀ ଓ ସେନା ମଧ୍ୟରେ ଗୁଳିବିନିମୟ, ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଆଜି ସକାଳୁ ଜମ୍ମୁ କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀ ଓ ସେନା ମଧ୍ୟରେ ଗୁଳିବିନିମୟ ହୋଇଛି। ଉଭୟ ପଟୁ ହୋଇଥିବା ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏଥିସହ ୨ ଜଣ ଯବାନ ଏବଂ ଜଣେ ସେନା ଅଧିକାରୀ ମଧ୍ୟ ଆହତ ହୋଇଛନ୍ତି। ଆଜି ସକାଳେ ଅନନ୍ତନାଗର ଏକିଂଗମରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନା ଜାଣିବାକୁ ପାଇଥିଲା। ଏହାପରେ ଅନନ୍ତନାଗ ଏରିଆରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହେବା ପରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲା।

 

Leave A Reply

Your email address will not be published.