ଜମ୍ମୁ-କାଶ୍ମୀର କିସ୍ତଓ୍ଵାଡ଼ରେ ବଡ଼ ଧରଣର ସଡ଼କ ଦୁର୍ଘଟଣା: ୩୩ମୃତ, ୨୨ଆହତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀର କିସ୍ତଓ୍ଵାଡ଼ରେ ବଡ଼ ଧରଣର ସଡ଼କ ଦୁର୍ଘଟଣା । ଗଭୀର ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ୩୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୨ ଜଣ ଆହତ ହୋଇଛନ୍ତି । ମୃତକଙ୍କ ସଂଖ୍ୟା ବଢିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ପୋଲିସ ସହିତ ସ୍ଥାନୀୟ ଲୋକ ମଧ୍ୟ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । ଆହତ ଯାତ୍ରୀଙ୍କ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବସ୍‌ଟି ଆଜି ନିୟନ୍ତ୍ରଣ ହରାଇ ସକାଳ ପ୍ରାୟ ୮ଟା ୪୦ରେ ଶ୍ରୀନଗର ନିକଟରେ ଦୁର୍ଘଟଣାଗସ୍ତ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.