ଜୁଲାଇ ୩୧ ଯାଏ ଗଞ୍ଜାମ ଜିଲ୍ଲାରେ ଯାନବାହନ ଚଳାଚଳ ଉପରେ ଲାଗିଲା ପ୍ରତିବନ୍ଧକ, ଟ୍ବିଟ୍ କରି ଜଣାଇଲେ ଜିଲ୍ଲାପାଳ

ବ୍ରହ୍ମପୁର: କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଏଥିରେ ଓଡିଶା ମଧ୍ଯ ବେଶ୍ ପ୍ରଭାବିତ ହୋଇଛି । ଖାସ୍ କରି ଗଞ୍ଜାମ ଜିଲ୍ଲାରେ ଏହି ମହାମାରୀ ନିଜର ଉଗ୍ର ରୂପ ଦେଖାଇଛି । ଏଠାରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ଯା ବଢିବାରେ ଲାଗିଛି । ଯାହାକୁ ନଜରରେ ରଖି ଜୁଲାଇ ୩୧ ପର୍ଯ୍ୟନ୍ତ ଜିଲ୍ଲାରେ ଯାନବାହନ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ।

ତେବେ ଅତ୍ୟାବଶ୍ୟକ ସାମଗ୍ରୀ,ସ୍ୱାସ୍ଥ୍ୟ ଓ କୃଷି ଉଦ୍ଦେଶ୍ୟରେ ଯାନବାହାନ ଚଳାଚଳକୁ ଅନୁମତି ଦିଆଯିବ | କେବଳ ଉପଯୁକ୍ତ ପରିଚୟ ପତ୍ର ଥିବା ଦୁଇ ଚକିଆ ଯାନର ଚାଳକଙ୍କୁ ଅନୁମତି ଦିଆଯିବ ବୋଲି ଜଣାଯାଇଛି। ଏ ନେଇ ଜିଲ୍ଲାପାଳ ଆଜି ଟ୍ବିଟ୍ କରି ସୂଚନା ଦେଇଛନ୍ତି।
ଲୋକଙ୍କୁ ଘରୁ ବାହାରକୁ ନ ଯିବାକୁ ଏବଂ ଏକରୁ ଅଧିକ ବିଲୋମିଟର ରାସ୍ତା ଯାତ୍ରା ନ କରିବାକୁ ଅନୁରୋଧ କରିଛନ୍ତି। ବରିଷ୍ଠ ନାଗରିକମାନେ ଘରେ ରହିବା ଜରୁରୀ ବୋଲି ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.