ଜାଣନ୍ତୁ ଆଜି କେତେ ଅଛି ଆପଣଙ୍କ ସହରରେ ସୁନା ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୪,୨୭୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୩୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୨୨୦ ଟଙ୍କା ଓ ୪୯,୬୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୨୫୦ ଟଙ୍କା ଓ ୪୯,୨୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୪୦୦ ଟଙ୍କା ଓ ୫୧,୭୧୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୭୬୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୯୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୪୫୦ ଟଙ୍କା ଓ ୫୦,୧୫୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।