IOCL ରେ ଚାକିରି ସୁଯୋଗ, ୧୦ମ୍‌ ପାସ୍‌ କରି ଆଇଟିଆଇ କରିଥିଲେ କରନ୍ତୁ ଆବେଦନ

ବେକାର ଯୁବକ ଯୁବତୀଙ୍କ ପାଇଁ ଚାକିରି ସୁଯୋଗ। ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ(IOCL)ରେ ଚାକିରି ଖୋଜୁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର। ଯଦି ଆପଣ ଏଠାରେ ଚାକିରି କରିବାକୁ ଚାହୁଁଚନ୍ତି ତେବେ ତୁରନ୍ତ କରନ୍ତୁ ଆବେଦନ। ଆଇଓସିଏଲରେ ଖାଲିପଡିଛି ଟେକ୍ନିସିଆନ୍‌ ଏବଂ ଟ୍ରେଡ୍‌ ଆପରଣ୍ଟିସ ୩୦୦ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଗ୍ରହଣ କରୁଛି। ଇଚ୍ଛୁକ ଏବଂ ଯୋଗ୍ଯ ପ୍ରାର୍ଥୀ ଏହାର ଅଫିସିଆଲ ୱେବସାଇଟକୁ ଯାଇ iocl.com କୁ ଯାଇ ଅନଲାଇନ ଆବେଦନ କରିପାରିବେ।

ଜାରି ହୋଇଥିବା ନୋଟିଫିକେସନ ଅନୁଯାୟୀ, ଆବେଦନ ପ୍ରକ୍ରିୟା ଅନଲାଇନ ମାଧ୍ୟମରେ ୧୦ ଡିସେମ୍ବରରୁ୨୦୨୧ ଠାରୁ ଆରମ୍ଭ ହୋଇ ଆବେଦନ ପ୍ରକ୍ରିୟା ୨୫ ଡିସେମ୍ବର ୨୦୨୧ରେ ଶେଷ ହେବ। ଇଚ୍ଛୁକ ପ୍ରାର୍ଥୀ ଆବେଦନ କରିବା ପୂର୍ବରୁ ଭଲଭାବେ ନୋଟିଫିକେସନ ପଢନ୍ତୁ। ଅଫିସିଆଲ ୱେବସାଇଟକୁ ଯାଇ ଫର୍ମ ପୂରଣ କରିବା ସମୟରେ କୌଣସି ପ୍ରକାର ଭୁଲ କରନ୍ତୁ ନାହିଁ। ଏହି ସମୟରେ କୌଣସି ଭୁଲ ହୁଏ, ତେବେ ଫର୍ମକୁ ରଦ୍ଦ କରିଦିଆଯିବ।

ପଦବୀ ବିବରଣୀ: ୩୦୦

ଟ୍ରେଡ ଅପାରଣ୍ଟିସ: ୧୦୩
ଟେକ୍ନିସିଆନ ଅପାରଣ୍ଟିସ: ୫୫
ଟ୍ରେଡ୍‌ ଅପାରଣ୍ଟିସ୍‌(ସେଲ୍ସ ଆସୋସିଏଟ୍‌): ୧୦
ଟ୍ରେଡ୍‌ ଅପାରଣ୍ଟିସ୍‌ ଆକାଉଣ୍ଟ: ୧୨୨
ଡାଟା ଏଣ୍ଟ୍ରି ଅଫିସର: ୧୦

ମାସିକ ଦରମା: ୪୦ ହଜାରରୁ ଆରମ୍ଭ କରି ୧,୪୦,୦୦୦ ଟଙ୍କା।

ଜରୁରୀ ତାରିଖ: ଆବେଦନ କରିବାର ଶେଷ ତାରିଖ ୨୭ ଡିସେମ୍ବର ୨୦୨୧ ରହିଛି। ପରୀକ୍ଷା ତାରିଖ ୯ ଜାନୁଆରୀ ୨୦୨୨ ରହିଥିବା ବେଳେ ଡକ୍ୟୁମେଣ୍ଟ ଭେରିଫିକେସନ ତାରିଖ ୧୭ ଜାନୁଆରୀ ରହିଛି।

ଶିକ୍ଷାଗତ ଯୋଗ୍ୟତା: ମାନ୍ୟତାପ୍ରାପ୍ତ ଭାରତୀୟ ବିଶ୍ୱବିଦ୍ୟାଳୟରୁ ରସାୟନ ବିଜ୍ଞାନ କିମ୍ବା ଅନ୍ୟ କୌଣସି ବିଷୟରେ ମାଷ୍ଟର ଡିଗ୍ରୀ କରିଥିବା ଜରୁରୀ। ଆଉ ବିଭିନ୍ନ ପଦବୀ ପାଇଁ ଭିନ୍ନ ଭିନ୍ନ ଶିକ୍ଷାଗତ ଯୋଗ୍ୟତା ନିର୍ଦ୍ଧାରଣ କରାଯାଇଛି। ଅଧିକ ଜାଣିବା ପାଇଁ ଅଫିସିଆଲ ୱେବସାଇଟକୁ ଯାଇ ଚେକ୍ କରିପାରିବେ।

ବୟସ ସୀମା: ପ୍ରାର୍ଥୀଙ୍କ ସର୍ବନିମ୍ନ ବୟସ ୧୮ ବର୍ଷ ଏବଂ ସର୍ବାଧିକ ୨୪ ବର୍ଷ ହେବା ଜରୁରୀ।

ଆବେଦନ ଶୁଳ୍କ: ଏହିସବୁ ପଦବୀରେ ଆବେଦନ କରିବା ପାଇଁ କୌଣସି ଶୁଳ୍କ ଦେବାକୁ ପଡିବ ନାହିଁ।

ଚୟନ ପ୍ରକ୍ରିୟା: ଏହି ପଦରେ ଚୟନ ପ୍ରକ୍ରିୟା ଲିଖିତ ପରୀକ୍ଷା ଅନୁଯାୟୀ କରାଯିବ।

ଏମିତି କରନ୍ତୁ ଆବେଦନ:

– ପ୍ରଥମେ ଅଫିସିଆଲ ୱେବସାଇଟକୁ ଯାଆନ୍ତୁ।
– ଅଫିସିଆଲ ୱେବସାଇଟକୁ ଯିବା ପରେ ଆପ୍ଲାଏ ଲିଙ୍କରେ କ୍ଲିକ କରନ୍ତୁ।
– ପରେ ସେଠାରେ ନିଜର ବ୍ଯକ୍ତିଗତ ବିବରଣୀ ଭରି ସବମିଟ୍ କରନ୍ତୁ।
– ଫର୍ମର ଏକ ଫଟୋ କପି ନିଜ ପାଖରେ ରଖିଦିଅନ୍ତୁ।

ଅଧିକ ଜାଣିବା ପାଇଁ ଏଠାରେ କ୍ଲିକ କରନ୍ତୁ:

https://ioclsrmd.onlinereg.in/kali1121reg/Home.aspx

https://ioclsrmd.onlinereg.in/kali1121reg/Images/Advertisement_1121.pdf

https://iocl.com/