ଆଜି ଭାରତୀୟ ବଜାରରେ ଜାଣନ୍ତୁ ସୁନା ଦର କେତେ ରହିଛି

ସୁନା କିଣିବାକୁ ଯଦି ମନବଳାଇଛନ୍ତି ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଭାରତର ପ୍ରମୁଖ ସହର ଓ ଓଡିଶାରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୪୫୦ ଟଙ୍କା ରହିଛି ।

କେନ୍ୟୁଜ(ବ୍ୟୁରୋ): ସୁନା କିଣିବାକୁ ଯଦି ମନବଳାଇଛନ୍ତି ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଭାରତର ପ୍ରମୁଖ ସହର ଓ ଓଡିଶାରେ କେତେ ରହିଛି ସୁନା ଦର। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୪୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୪୫୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୪୦୦ ଟଙ୍କା ଓ ୬୦,୪୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେ ଟ୍ ମୂଲ୍ୟ ୫୫,୪୦୦ ଟଙ୍କା ଓ ୬୦,୪୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୫୫୦ ଟଙ୍କା ଓ ୬୦,୬୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୯୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୪୦୦ ଟଙ୍କା ଓ ୬୦,୪୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.