ଆଜି ସୁନା ଦରରେ ଆସିଛି କିଛିଟା ପରିବର୍ତ୍ତନ, ଜାଣନ୍ତୁ ଅପଡେଟ୍

କେନ୍ୟୁଜ୍‌(ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୯,୯୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୫୩୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୯,୯୯୦ ଟଙ୍କା ଓ ୫୪,୫୩୦ ଟଙ୍କା ରହିଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୯,୯୯୦ ଟଙ୍କା ଓ ୫୪,୫୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୦,୧୪୦ ଟଙ୍କା ଓ ୫୪,୬୭୦ ଟଙ୍କା ରହିଛି।

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୫୦,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୫,୨୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୯,୯୯୦ ଟଙ୍କା ଓ ୫୪,୫୩୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୨୦୦୦ ଟଙ୍କା ବଢ଼ି ୭୧,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.