କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବା ଆଗରୁ ଥରେ ଜାଣି ନିଅନ୍ତୁ ଆଜି କେତେ ରହିଛି ଦାମ୍ । ଯାହା ଜଣାପଡିଛି ଆଜି ସୁନା ଦର ଗତକାଲି ତୁଳନାରେ କମିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ୍ ପ୍ରତି ୫୨,୨୦୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦଶଗ୍ରାମ୍ ୫୬,୯୫୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।
ସେହିପରି ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୫୧,୯୮୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୭୫୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୦୦ ଟଙ୍କା ଓ ୫୬,୯୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୨,୩୫୦ ଟଙ୍କା ଓ ୫୭,୧୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି ।
ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୨,୨୦୦ ଟଙ୍କା ଓ ୫୬,୯୫୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୭୨,୯୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…