ଏଠାରେ ଜାଣି ନିଅନ୍ତୁ ଆଜିର ସୁନା ଓ ରୁପା ଦର

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୮୦୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୬୫୦ଟଙ୍କା ।

ସର୍ବକାଳୀନ ନୂଆ ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ଦର । ପ୍ରଥମ ଥର ପାଇଁ ୭୪ ହଜାର ଟଙ୍କା ପାର କରିସାରିଛି ୨୪ କ୍ୟାରେଟ ସୁନା ବା ଖାଣ୍ଟି ସୁନା । ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୮୦୦ ଟଙ୍କା ହୋଇଛି । ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୬୫୦ଟଙ୍କା । ସେହିପରି ଓଡ଼ିଶାରେ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୬୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩ ହଜାର ୮୦୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୬୫୦ ଟଙ୍କା ଓ  ୭୩,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୮୦୦ ଟଙ୍କା ଓ ୭୩,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୮,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୪,୫୬୦  ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୬୫୦ ଟଙ୍କା ଓ ୭୩,୮୦୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୬ ହଜାର ୫୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.