ବ୍ୟବସାୟ ଓ ଅର୍ଥନୀତି

ଜାଣନ୍ତୁ କେଉଁଠି କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦର

କିଛି ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଥିବାବେଳେ, କିଛି ସହରରେ ଦାମ ପରିବର୍ତ୍ତିତ ହୋଇଛି  । ଭୁବନେଶ୍ୱରରେ ପେଟ୍ରୋଲ ଦର  ୧୦୦ ଟଙ୍କା ୮୯ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୪୭ ପଇସାକୁ ହ୍ରାସ ପାଇଛି।

ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର ୮୭ ଟଙ୍କା ୬୨ ପଇସାକୁ ହ୍ରାସ ପାଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୪ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୨ ଟଙ୍କା ୧୫ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩ ଟଙ୍କା ୯୪ ପଇସା ଥିବାବେଳେ ଡିଜେଲ ଦର ୯୦ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ

Sonalisa

Recent Posts

ରାଜ୍ୟରେ ଦିନ ୩ଟା ସୁଦ୍ଧା ରାଜ୍ୟରେ ହାରାହାରି ୪୯.୭୭% ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୩ଟା…

3 seconds ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲା : ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଉ ୨ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି…

2 mins ago

ଇଂଲଣ୍ଡ ଟିମକୁ ଝଟକା, ୩୦୩ ମ୍ୟାଚରେ ବେଟିଂ ଅଭିଯୋଗରେ ବ୍ୟାନ୍‌ ହେଲେ ଷ୍ଟାର କ୍ରିକେଟର

ଟି-୨୦ ବିଶ୍ୱକପ ୨୦୨୪ ପୂର୍ବରୁ ଇଂଲଣ୍ଡ ଟିମକୁ ଶକ୍ତ ଝଟକା ଲାଗିଛି । ବେଟିଂ କରିବା ଅଭିଯୋଗର ଟିମର ଷ୍ଟାର…

18 mins ago

କନ୍ୟାକୁମାରୀରେ ଧ୍ୟାନରୁ ଉଠିଲେ ପ୍ରଧାନମନ୍ତ୍ରୀ ମୋଦି, ସକାଳେ ପ୍ରଦାନ କରିଥିଲେ ସୂର୍ଯ୍ୟ ଅର୍ଘ୍ୟ

ଧ୍ୟାନରୁ ଉଠିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କନ୍ୟାକୁମାରୀର ବିବେକାନନ୍ଦ ପଥର ସ୍ମାରକୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସାଧନାର ଆଜି ଥିଲା…

21 mins ago

ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକରେ ମେଧାବୀ ଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲେ ଶିକ୍ଷୟତ୍ରୀ

ମହାନତା ଦେଖାଇଲେ ଶିକ୍ଷୟତ୍ରୀ । ସ୍ୱାମୀଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ମେଧାବୀ ଛାତ୍ର ଛାତ୍ରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ…

49 mins ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

57 mins ago