ଜାଣନ୍ତୁ ଆଜି କେତେ ରହିଛି ସୁନା ଓ ରୁପା ଦର

ସୁନା ବଜାରରେ ନିଆଁ । ଦିନକୁ ଦିନ ନୂଆ ରେକର୍ଡ କରୁଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୪, ୯୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୬ହଜାର ୯୩୮ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭ ହଜାର ୫୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୪୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭, ୫୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯ ,୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୭, ୭୩୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୬୦୦ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୭, ୫୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯,୪୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୭, ୫୮୦ ଓ ୮୯ ,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ ।
ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ ।
ଅଫ୍ ସିଜନରେ ସୁନା କିଣନ୍ତୁ… କମ୍ ଦାମ୍ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ ।
ଆହୁରି ପଢ଼ନ୍ତୁ : ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର