ଆଜି ଗୁରୁବାର ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ କେତେ ରହିଛି ଦର
ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ କେତେ ରହିଛି ଆଜିର ଦର। ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୬୫୦ ଟଙ୍କା ରହିଛି ।

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ କେତେ ରହିଛି ଆଜିର ଦର। ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୬୫୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୧୦୦ଟଙ୍କା ଓ ୬୦,୧୦୦ ଟଙ୍କା ହୋଇଛି।
ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୬୦୦ ଟଙ୍କା ଓ ୬୦,୬୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୭୫୦ ଟଙ୍କା ଓ ୬୦, ୮୦୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୯୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୯୦୦ ଟଙ୍କା ଓ ୬୦,୯୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୭,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।