ଜାଣନ୍ତୁ ଆଜିର ସୁନା ଦର କେତେ ରହିଛି ଆପଣଙ୍କ ସହରରେ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୦୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୧୭୦ ଟଙ୍କା ହୋଇଛି ।

କେନ୍ୟୁଜ୍ (ବ୍ୟୁରୋ): ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୬,୦୩୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୧,୧୭୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୬,୫୫୦ ଟଙ୍କା ଟଙ୍କା ଓ ୬୧,୬୯୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୬,୫୫୦ଟଙ୍କା ଓ ୬୧,୬୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୬,୭୦୦ ଟଙ୍କା ଓ ୬୧,୮୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୭,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୮୫୦ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ୫୬,୫୫୦ ଟଙ୍କା ଓ ୬୧,୬୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୫,୦୦୦ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.