Below header

ଦିନକୁ ଦିନକୁ ବଢୁଛି ସୁନା ଦାମ୍ : ଜାଣନ୍ତୁ ଆପଣଙ୍କ ସହରରେ ଆଜି କେତେ ରହିଛି ଦର

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୨୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୨୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୨୧୦ ଟଙ୍କା ଟଙ୍କା ଓ ୬୦,୨୩୦ ଟଙ୍କା ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ସୁନା କିଣିବାକୁ ମନ ବଳାଇଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୨୧୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୨୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୨୧୦ ଟଙ୍କା ଟଙ୍କା ଓ ୬୦,୨୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୨୧୦ ଟଙ୍କା ଓ ୬୦,୨୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୩୬୦ ଟଙ୍କା ଓ ୬୦,୨୯୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୫,୫୧୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୦,୫୬୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୨୧୦ ଟଙ୍କା ଓ ୬୦,୨୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୭୦୦ ଟଙ୍କା ରହିଥିବା ନେଇ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.