ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଆଜିର ସୁନା ଦର

ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୭୫୦ ଟଙ୍କା ରହିଛି ।

କେନ୍ୟୁଜ୍(ବ୍ୟୁରୋ):  ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ କେତେ ରହିଛି ଆଜିର ଦର। ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫,୭୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୭୫୦ ଟଙ୍କା ରହିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୭୦୦ ଟଙ୍କା ଓ ୬୦,୭୫୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୭୦୦ ଟଙ୍କା ଓ ୬୦,୭୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୮୫୦ ଟଙ୍କା ଓ ୬୦,୯୦୦ଟଙ୍କା ରହିଛି ।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୬,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୨୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୭୦୦ ଟଙ୍କା ଓ ୬୦,୭୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୮,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.