ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ ପ୍ରଥମେ ଦାମ ଜାଣନ୍ତୁ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୨୨୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୨୪୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୨୪୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨,୨୨୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୨୪୦ ଟଙ୍କା ଓ ୭୨,୨୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୩୯୦ ଟଙ୍କା ଓ ୭୨,୩୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୫,୭୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୨ ,୮୭୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୨୪୦ ଟଙ୍କା ଓ ୭୨,୨୨୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୧,୭୦୦ ଟଙ୍କା ହୋଇଛି ।