ଜାଣନ୍ତୁ ଆପଣଙ୍କ ସହରରେ ଆଜି ବଢ଼ିଛି ନା କମିଛି ସୁନା ଦର

ଆଜି ସାମାନ୍ୟ ପରିବର୍ତ୍ତନ ହୋଇଛି ସୁନା ଦାମ୍‌। ପୁଣିଥରେ ସୁନା ଏବଂ ରୁପା ଦାମ ବଢିବାରେ ଏବଂ କମିବାରେ ଲାଗିଛି । ଗତ କିଛିଦିନ ହେଲାଣି ଏହାର ଦାମରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯଦି ଆଜି ଦୋକାନକୁ ଯାଇ ସୁନା କିଣିବାକୁ ଆପଣ ମନ ବଳାଇଛନ୍ତି, ତେବେ ଏଠାରୁ ଜାଣି ନିଅନ୍ତୁ କେତେ ରହିଛି ଦାମ୍ । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ୍ ପ୍ରତି ୪୯, ୭୦୦ ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦଶଗ୍ରାମ୍ ୫୪, ୨୨୦ ଟଙ୍କା ରହିଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ସେହିପରି ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୫୯,୮୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୪,୩୭୦ ଟଙ୍କା ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୯,୭୦୦ ଟଙ୍କା ଓ ୫୪,୨୨୦ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୦,୮୫୦ ଟଙ୍କା ଓ ୫୪,୩୮୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି ।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୯,୭୦ ୦ ଟଙ୍କା ଓ ୫୪,୨୨୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୭୦,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.