Below header

ସୁନା ଓ ରୁପା ଦରରେ କଣ ପରିବର୍ତ୍ତନ ଆସିଛି ଆସନ୍ତୁ ଜାଣିବା

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୭୧୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୬୫୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୫୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୭୧୦ ହୋଇଛି ।

ସାରା ଦେଶରେ ଏବେ ବିବାହର ଋତୁ ଚାଲିଛି । ଏହାରି ଭିତରେ ସମସ୍ତଙ୍କର ଚିନ୍ତା ବଢାଇ ଦେଇଛି ସୁନା ଦର । ତେବେ ହଠାତ୍ ସୁନା ଦରର ଅହେତୁକ ବୃଦ୍ଧି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ସୁନା ଓ ରୁପା ଦରରେ ଆଜି କଣ ପରିବର୍ତ୍ତନ ଆସିଛି ଆସନ୍ତୁ ଦେଖିବା ।

ଆଜି ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୭୧୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୬ ହଜାର ୬୫୦ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୬,୫୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୨ ହଜାର ୭୧୦ ହୋଇଛି ।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୬,୬୫୦ ଟଙ୍କା ଓ ୭୨,୭୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୬,୮୦୦ ଟଙ୍କା ଓ ୭୨,୮୬୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩,୬୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୬,୬୬୦ ଟଙ୍କା ଓ ୭୨,୭୧୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର ମଧ୍ୟ ବୃଦ୍ଧି ହୋଇ କେଜି ପ୍ରତି ୮୪ ହଜାର ୫୦୦ ଟଙ୍କା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.