ବ୍ୟବସାୟ ଓ ଅର୍ଥନୀତି

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର

କେନ୍ୟୁଜ୍ (ବ୍ୟୁରୋ): ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଅଳ୍ପ କମି ୧୦୩ ଟଙ୍କା ୧୭ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୪ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛି ପରିବର୍ତ୍ତନ ହୋଇ ହୋଇଛି ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି ।

ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ।

ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ:

ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Sonalisa

Recent Posts

ସମୁଦ୍ରକୁ ମାଛ ଧରିବାକୁ ବାହାରିଲେ ୨୦୦ରୁ ଅଧିକ ବୋଟ୍, ବରୁଣ ଦେବଙ୍କୁ କଲେ ଆବାହନ

ପାରାଦୀପ (କେନ୍ୟୁଜ):  ପୁଣି ଥରେ ଚଳଚଂଚଳ ହୋଇ ଉଠିଛି ପାରାଦୀପ ମାଛଧରା ବନ୍ଦର । ମାଛ ବଂଶ ବୃଦ୍ଧି ପାଇଁ ଉଭୟ…

25 mins ago

ଅଯୋଧ୍ୟାରୁ ଦର୍ଶନ ସାରି ଫେରୁଥିଲେ; ରାସ୍ତାରେ କାର୍‌ରେ ଲାଗିଲା ନିଆଁ, ଜୀବନ୍ତ ଦଗ୍ଧ ହେଲେ ପତ୍ନୀ

ବିହାରର ସାରଣ ଜିଲ୍ଲାର ଛାପରାରେ ଏକ ହୃଦୟବିଦାରକ ଘଟଣା ଘଟିଛି । ଏଠାରେ ଏକ ଚଳନ୍ତା କାର୍‌ରେ ନିଆଁ ଲାଗି…

26 mins ago

ରଜ ସଂକ୍ରାନ୍ତିରେ ଅଘଟଣ: ପୋଖରୀରେ ବୁଡ଼ି ୨ ଭାଇଙ୍କ ମୃତ୍ୟୁ

ରେଢାଖୋଲ (କେନ୍ୟୁଜ): ରେଢାଖୋଲରେ ଅଘଟଣ ।  ପୋଖରୀରେ ବୁଡ଼ି ୨ଭାଇଙ୍କ ମୃତ୍ୟୁ ।  ରେଢାଖୋଲ ସହର କଳିନ୍ଦର ସାହିରେ ଏହି…

35 mins ago

ଉତ୍ତରାଖଣ୍ଡ: ରୁଦ୍ରପ୍ରୟାଗରେ ନଦୀକୁ ଖସିଲା ଯାତ୍ରୀବାହୀ ଗାଡି, ଗାଡିରେ ଥିଲେ ୨୩ ଯାତ୍ରୀ

ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା । ଏକ ଯାତ୍ରୀବାହୀ ଗାଡି ଅଳକାନନ୍ଦା ନଦୀରେ ଖସିପଡିଥିବା ଖବର ମିଳିଛି ।…

43 mins ago

ଆତିଥ୍ୟ ପାଇଁ ଇଟାଲୀ ସରକାରଙ୍କୁ କୃତଜ୍ଞତା ଜଣାଇଲେ ମୋଦି, ଭିନ୍ନ ଅନ୍ଦାଜରେ ସେଲଫି ନେଲେ ମୋଦି ଏବଂ ମେଲୋନୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ଶିଖର ସମ୍ମିଳନୀରେ ଭାରତ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଇଟାଲୀରୁ ଫେରିବା ପରେ ସେଠିକାର ଆତିଥ୍ୟକୁ…

1 hour ago

କୋରାପୁଟରେ ଗଡୁନି ଘରୋଇ ବସ୍, ରଜରେ ଯାତ୍ରୀ ହନ୍ତସନ୍ତ

କୋରାପୁଟ (କେନ୍ୟୁଜ): କୋରାପୁଟରେ ଗଡୁନି ଘରୋଇ ବସ୍ । ଘରୋଇ ବସ୍ ମାଲିକ ସଂଘ ଓ ଘରୋସ୍ ବସ୍ କର୍ମଚାରୀ…

1 hour ago