ଜାଣନ୍ତୁ ଆଜି କେତେ ଅଛି ଆପଣଙ୍କ ସହରରେ ୧୦ ଗ୍ରାମ୍ ପ୍ରତି ସୁନା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭.୧୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧.୩୮୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୭.୧୦୦ ଟଙ୍କା ଓ ୫୧.୩୮୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭.୧୦୦ ଟଙ୍କା ଓ ୫୧.୩୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭.୨୫୦ ଟଙ୍କା ଓ ୫୧.୫୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭.୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨.୩୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭.୧୦୦ ଟଙ୍କା ଓ ୫୧.୩୮୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ମଧ୍ୟ ବଢ଼ିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୮.୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।