ନୂଆବର୍ଷରେ କାହାକୁ ସୁନା ଉପହାର ଦେବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ଦାମ୍

କେନ୍ଯୁଜ୍: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୦୧୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୦୧୦ ଟଙ୍କା ହୋଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୨୦୦ ଟଙ୍କା ଓ ୪୯,୩୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୦୧୦ ଟଙ୍କା ଓ ୪୯,୦୧୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୧,୬୦୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୫,୨୭୦ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୪୯,୩୯୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୩୦୦ ଟଙ୍କା ଓ ୫୦,୦୦୦ ଟଙ୍କା ରହିଛି ।

ଅନ୍ୟପଟେ ଆଜି ରୁପା ମୂଲ୍ୟ ସ୍ଥିର ରହିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୨,୫୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.