ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ରହିଛି ସୁନା ଦାମ୍

ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୭,୦୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୧,୪୦୦ ଟଙ୍କା ରହିଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୭,୭୦୦ ଟଙ୍କା ଓ ୫୨,୦୪୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୭,୭୦୦ ଟଙ୍କା ଓ ୫୨,୦୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୭,୭୦୦ ଟଙ୍କା ଓ ୫୨,୦୪୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୮,୬୫୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୩,୦୮୦ ଟଙ୍କା ଥିବା ରେକର୍ଡ ହୋଇଛି। ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୭,୭୦୦ ଟଙ୍କା ଓ ୫୨,୦୪୦ ଟଙ୍କା ରହିଛି।

ସେହିପରି ଆଜି ରୁପା ମୂଲ୍ୟ ବି ବୃଦ୍ଧି ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୫,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।