ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଆଜିର ସୁନା ଦାମ୍‌

କେନ୍ୟୁଜ୍‌ : ପ୍ରତ୍ୟେକ ଦିନ ପେଟ୍ରୋଲ ଓ ଡିଜେଲ୍ ପରି ସୁନା ଓ ରୁପା ଦର ମଧ୍ୟ ବଦଳି ଥାଏ। ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୮,୦୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୨,୩୪୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୦୦୦ ଟଙ୍କା ଓ ୫୨,୩୪୦ ଟଙ୍କା ଛୁଇଁଛି। ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି।

ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୮,୦୦୦ ଟଙ୍କା ଓ ୫୨,୩୪୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର କମି ଯଥାକ୍ରମେ ୪୮,୦୦୦ ଟଙ୍କା ଓ ୫୨,୩୪୦ ଟଙ୍କା ରହିଛି।

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭, ୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୦୦୦ ଟଙ୍କା ଓ ୫୨,୩୪୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୫୭, ୮୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.