ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ ଆପଣଙ୍କ ସହରରେ କେତେ ରହିଛି ସୁନା ଦର

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୦୯୦ ଟଙ୍କା ହୋଇଥିବା ବେଳେ ୨୨ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୬୭ ହଜାର ୦୦୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୬୭,୦୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୩,୦୯୦ ହୋଇଛି ।
ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୬୭,୦୦୦ ଟଙ୍କା ଓ ୭୩,୦୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୬୭,୧୫୦ ଟଙ୍କା ଓ ୭୩,୨୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୬୭,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୭୩ ,୭୫୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୬୭,୦୦୦ ଟଙ୍କା ଓ ୭୩,o୯୦ ଟଙ୍କା ରହିଛି । ଅନ୍ୟ ପଟେ ରୁପା ଦର କେଜି ପ୍ରତି ୯୩,୦୦୦ ଟଙ୍କା ହୋଇଛି ।