ଆୟୁଷ୍ମାନ ଭାରତ ଯୋଜନା: ଜାଣନ୍ତୁ କିପରି କରିବେ ଆବେଦନ

ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜୟ) ହେଉଛି ସରକାରଙ୍କ ଫ୍ଲାଗସିପ୍ ସ୍ୱାସ୍ଥ୍ୟ ବୀମା ପଲିସି, ଯାହା ସେପ୍ଟେମ୍ବର ୨୦୧୮ ରେ ଆରମ୍ଭ କରାଯାଇଥିଲା । ଆର୍ଥିକ ଦୁର୍ବଳ ଥିବା ଲୋକଙ୍କୁ ଆର୍ଥିକ ନିରାପତ୍ତା ଏବଂ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସେବା ଯୋଗାଇବା ଏହି ଯୋଜନାର ମୂଳ ଲକ୍ଷ୍ୟ । ନିଜ ଚିକିତ୍ସା ଖର୍ଚ୍ଚ ଉଠାଇବା ପାଇଁ ଗରିବ ଲୋକଙ୍କୁ ଯେପରି କୌଣସି ଅସୁବିଧା ନ ହେବ, ସେଥିପାଇଁ କେନ୍ଦ୍ର ସରକାର ଆୟୁଷ୍ମାନ ଯୋଜନା ଆରମ୍ଭ କରିଥିଲେ । ଯାହା ଅଧୀନରେ ପଞ୍ଜୀକୃତ ଲାଭାର୍ଥୀଙ୍କୁ ୫ ଲକ୍ଷ ପର୍ଯ୍ୟନ୍ତ ଆର୍ଥିକ ସହାୟତା ମିଳିଥାଏ ।

ଆୟୁଷ୍ମାନ ଭାରତ ସ୍କିମ୍‌ ଅଧୀନରେ କାର୍ଡଧାରୀ ସରକାରୀ ହସ୍ପିଟାଲରେ ସହଜରେ ନିଜ ରୋଗର ଚିକିତ୍ସା କରେଇ ପାରିବେ । ଏହା ଜରିଆରେ ସେମାନଙ୍କୁ ଚିକିତ୍ସାରେ ଲାଗିବାକୁ ଥିବା ବୀମା ପଇସା ମିଳିପାରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟରେ ବୁଧବାର ସେପ୍ଟେମ୍ବର ୧୧, ୨୦୨୪ ଦିନ ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକଙ୍କ ପାଇଁ ଏହି ଯୋଜନା ଲାଗୁ କରିଛି ।

ତେବେ ଏହି ସ୍ୱାସ୍ଥ୍ୟ କାର୍ଡ ପାଇଁ କିଏ ଯୋଗ୍ୟ?

୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ନିର୍ବିଶେଷରେ ଏହି ଯୋଜନାର ଲାଭ ପାଇବାକୁ ଯୋଗ୍ୟ ହେବେ । ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ ଆୟୁଷ୍ମାନ ଯୋଜନା ଅଧୀନରେ ଏକ ନୂଆ କାର୍ଡ ପ୍ରଦାନ କରାଯିବ, ଯାହା ମୋଦି କାର୍ଡ ଭାବରେ ଜଣାଶୁଣା । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ୭୦ ବର୍ଷରୁ ଅଧିକ ବୟସର ଯେକୌଣସି ବ୍ୟକ୍ତିଙ୍କର ଆଧାର ନମ୍ବର ଅଛି ସେମାନେ ଏହି ଯୋଜନାରେ ଆବେଦନ କରିପାରିବେ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, “ଏହା ଏକ ଆପ୍ଲିକେସନ ବେସ୍ଡ ସ୍କିମ । ଯେଉଁଥିପାଇଁ ଲୋକଙ୍କୁ ପୋର୍ଟାଲରେ ରେଜିଷ୍ଟ୍ରେସନ କରିବାକୁ ପଡିବ । ଏହି ପୋର୍ଟାଲରେ ଫେସ୍ ବ୍ୟାରିଫିକେସନ ସୁବିଧା ଉପଲବ୍ଧ, ଯେଉଁଥିରେ ୭୦ ବର୍ଷରୁ ଅଧିକ ବୟସ୍କ ନାଗରିକଙ୍କ ପାଇଁ ଏକ ନିର୍ଦ୍ଦିଷ୍ଟ ଲିଙ୍କ୍ ରହିବ ।”

ଆୟୁଷ୍ମାନ ଯୋଜନା ପାଇଁ କିପରି ଆବେଦନ କରିବେ?

-ଏଥିପାଇଁ ପ୍ରଥମେ ଆୟୁଷ୍ମାନ ଭାରତ PM-JAYର ଅଫିସିଆଲ୍ ୱେବସାଇଟକୁ ଯାଆନ୍ତୁ ।

-ଏହାପରେ ଆପଣଙ୍କର ଆଧାର କିମ୍ବା ରେସନ କାର୍ଡ ବ୍ୟାରିଫାଏ କରନ୍ତୁ ।

-ପାରିବାରିକ ପରିଚୟ ପ୍ରମାଣ ପ୍ରଦାନ କରନ୍ତୁ ।

-ଏହା ପରେ ଏକ ସ୍ୱତନ୍ତ୍ର ଆୟୁଷ୍ମାନ ଯୋଜନା ID ସହିତ ଆପଣଙ୍କର ଇ-କାର୍ଡ ପ୍ରିଣ୍ଟ୍ କରନ୍ତୁ ।

ଆୟୁଷ୍ମାନ ଯୋଜନା ଅଧୀନରେ କ’ଣ ଲାଭ ଅଛି?

ଏହି ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ପରିବାରକୁ ବାର୍ଷିକ ୫ ଲକ୍ଷ ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ମିଳିପାରିବ । ପରିବାର ପିଛା ୫ ଲକ୍ଷ ମାଗଣା ସ୍ୱାସ୍ଥ୍ୟ ବୀମା ସହ ପ୍ରାୟ ୪.୫ କୋଟି ପରିବାର ଏବଂ ୬ କୋଟି ବରିଷ୍ଠ ନାଗରିକ ଉପକୃତ ହେବେ । ଏହି ଯୋଜନାରେ ଚିକିତ୍ସାର ସମସ୍ତ ଖର୍ଚ୍ଚ ସାମିଲ ହେବାକୁ ଯାଉଛି । ତେବେ ଆସନ୍ତୁ ଏହା ବିଷୟରେ ଜାଣିବା…

-ଏହି ଯୋଜନା ଅଧୀନରେ ହସ୍ପିଟାଲରେ ଭର୍ତ୍ତି ହେବାର ୩ ଦିନ ପୂର୍ବରୁ ଏବଂ ୧୫ ଦିନ ପର୍ଯ୍ୟନ୍ତ ଉପଚାର ଓ ଔଷଧ ମାଗଣା ଉପଲବ୍ଧ ହୋଇଥାଏ ।

-ଡାକ୍ତରୀ ପରୀକ୍ଷା, ଚିକିତ୍ସା ଏବଂ ପରାମର୍ଶ

-ସମସ୍ତ ପ୍ରକାର ସେବା ଯତ୍ନ

-କ୍ଲିନିକାଲ୍ ଏବଂ ଲାବୋରେଟୋରୀ ଇନଭେସ୍ଟିଗେସନ

-ରହିବା ଏବଂ ଖାଦ୍ୟ ସେବା

-ମେଡ଼ିସିନ ଏବଂ ଚିକିତ୍ସା ଉପଯୋଗୀ ସାମଗ୍ରୀ

ଆୟୁଷ୍ମାନ ଯୋଜନା ଅନ୍ତର୍ଗତ ଆସୁଥିବା ସମସ୍ତ ଯୋଗ୍ୟ ଲୋକଙ୍କୁ ଏହି ଯୋଜନାର ଲାଭ ଦିଆଯାଇଥାଏ । ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ଗୁରୁତର ରୋଗୀଙ୍କୁ ସାମିଲ କରାଯାଇଛି । କୌଣସି ବି ସରକାରୀ ହସ୍ପିଟାଲରେ ଭର୍ତ୍ତି ସମୟରେ ଏହି ଯୋଜନା ପ୍ରଥମ ଦିନରୁ ହିଁ ଲାଗୁ ହୋଇଯାଇଥାଏ ଏବଂ ଆପଣଙ୍କୁ ମାଗଣାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ଦିଆଯାଇଥାଏ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like