ପୁଣି ଆଜି ବଢିଲା ସୁନା ଦାମ୍, ଜାଣନ୍ତୁ କେତେ ହେଲା ଗ୍ରାମ୍ ପ୍ରତି ଦାମ୍

ଗତକାଲି ତୁଳନାରେ ପୁଣି ବଢିଛି ସୁନା ଦର।‌ ସୁନା ଦାମ୍ ଗତକାଲି ଅପେକ୍ଷା ଆଜି ୪୫୦ ଟଙ୍କା ବଢିଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୬,୪୩୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୪୭,୪୩୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୬,୬୫୦ ଟଙ୍କା ଓ ୪୮,୩୫୦ ଟଙ୍କା ଛୁଇଁଛି।

ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୪୩୦ ଟଙ୍କା ଓ ୪୭,୪୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୬,୩୫୦ ଟଙ୍କା ଓ ୫୦,୫୬୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୪,୫୮୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୮,୬୩୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୬,୭୦୦ ଟଙ୍କା ଓ ୪୯,୪୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ ମଧ୍ୟ ଆଜି କମ୍ ରହିଛି। ଆଜି କିଲୋଗ୍ରାମ ପ୍ରତି ରୁପା ଦର ୫୦୦ ଟଙ୍କା କମି ୬୨,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Leave A Reply

Your email address will not be published.